ରାଜ୍ୟ

ନବୀନଙ୍କ ନୂଆ ଟିମ୍‌, ଜାଣନ୍ତୁ କାହାକୁ କେଉଁ ବିଭାଗ ମିଳିଲା

କେନ୍ୟୁଜ୍(ବ୍ୟୁରୋ): ନବୀନଙ୍କ ନୂଆ ଟିମ୍‌। ଶପଥ ନେଲେ ୨୧ ମନ୍ତ୍ରୀ। ଲୋକସେବା ଭବନ କନଭେନସନ୍‌ ହଲରେ ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସମସ୍ତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବରିଷ୍ଠ, ଅଭିଜ୍ଞ, ଯୁବ ଓ ମହିଳାଙ୍କୁ ନୂଆ ଟିମରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ମନ୍ତ୍ରିମଣ୍ଡଳରେ ୧୩ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଓ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି ।

 

କ୍ୟାବିନେଟ୍ ମନ୍ତ୍ରୀ  ଭାବେ

  • ଜଗନ୍ନାଥ ସାରକାଙ୍କୁ ମିଳିଛି ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ ଆଦିବାସୀ ଓ ଆଇନ ବିଭାଗ।
  • ନିରଞ୍ଜନ ପୂଜାରୀଙ୍କୁ ଅର୍ଥ ଓ ସଂସଦୀୟ ବ୍ୟାପାର
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କୃଷି,ମତ୍ସ୍ୟ ଓ ପଶୁସମ୍ପଦ
  • ପ୍ରମିଳା ମଲ୍ଲିକଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା
  • ଉଷା ଦେବୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ
  • ଟୁକୁନି ସାହୁଙ୍କୁ ଜଳସଂପଦ, ବାଣିଜ୍ୟ ଓ ପରିବହନ
  • ପ୍ରଫୁଲ୍ଲ ମଲ୍ଲିକଙ୍କୁ ଇସ୍ପାତ, ପୂର୍ତ୍ତି ଓ ଖଣି
  • ପ୍ରତାପ କେଶରୀ ଦେବଙ୍କୁ ଶିଳ୍ପ ଓ ଶକ୍ତି
  • ଅତନୁ ସବ୍ୟସାଚୀ ନାୟକଙ୍କୁ ଖାଦ୍ୟ ଯୋଗାଣ ଓ ସମବାୟ
  • ପ୍ରଦୀପ କୁମାର ଅମାତଙ୍କୁ ସୂଚନା ଓ ଲୋକସଂପର୍କ, ପଞ୍ଚାୟତିରାଜ, ଜଙ୍ଗଲ ଓ ପରିବେଶ ଓ ପାନୀୟ ଜଳ
  • ନବକିଶୋର ଦାସଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
  • ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ବିଜ୍ଞାନ ଓ କାରିଗରୀ କୈଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
  • ରାଜେନ୍ଦ୍ର ଢୋଲକିଆଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ମିଳିଛି।

 

ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଭାବେ

  • ସମୀରରଞ୍ଜନ ଦାଶ ବିଦ୍ୟାଳୟ ଓ ଗଣଶିକ୍ଷା
  • ଅଶ୍ୱିନୀ କୁମାର ପାତ୍ର ପର୍ଯ୍ୟଟନ, ଓଡ଼ିଆ ଭାଷା, ସଂସ୍କୃତି ଓ ଅବକାରୀ
  • ପ୍ରୀତିରଞ୍ଜନ ଘଡ଼େଇ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ
  • ଶ୍ରୀକାନ୍ତ ସାହୁ ଶ୍ରମ ଓ ନିଯୁକ୍ତି
  • ତୁଷାରକାନ୍ତି ବେହେରା ଇଲୋକ୍ଟ୍ରେନିକ୍ସ, ଆଇଟି, କ୍ରୀଡ଼ା ଓ ଯୁବବ୍ୟାପାର , ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ବ ବି ଦିଆଯାଇଛି
  • ରୋହିତ ପୂଜାରୀ ଉଚ୍ଚଶିକ୍ଷା
  • ରୀତା ସାହୁ ହସ୍ତତନ୍ତ ଓ ବୟନ ଶିଳ୍ପ
  • ବାସନ୍ତୀ ହେମ୍ବ୍ରମ ମହିଳା ଶିଶୁ କଲ୍ୟାଣ ଓ ମିସନ୍ ଶକ୍ତ ବିଭାଗ

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

8 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

11 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

12 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

12 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

12 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

12 hours ago