ରାଜ୍ୟ

ଗାଡ଼ିରେ ତେଲ ପକାଇବା ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ଆଜିର ପେଟ୍ରୋଲ ଓ ଡିଜେଲ ଦର

କେନ୍ୟୁଜ୍(ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ଆଜିର ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

9 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

41 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

43 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

50 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

59 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

59 mins ago