ରାଜ୍ୟ

୧୨ ଘଣ୍ଟିଆ କୋରାପୁଟ ବନ୍ଦ: ବ୍ୟବସାୟୀ ସଂଘ ସହ ବିଭିନ୍ନ ଅନୁଷ୍ଠାନର ସମର୍ଥନ

କୋରାପୁଟ (କେନ୍ୟୁଜ): ଆଜି କୋରାପୁଟ ଜିଲ୍ଲା ବନ୍ଦ । କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଜିଲ୍ଲା କଂଗ୍ରେସ । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଜିଲ୍ଲାରେ ଚକ ଅଖ ବନ୍ଦ ରଖିବାକୁ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଜିଲ୍ଲାବାସୀଙ୍କୁ ଅପିଲ କରିଛନ୍ତି। ଜିଲ୍ଲା ପ୍ରତି କେନ୍ଦ୍ର ଓ ରାଜ୍ୟସରକାରଙ୍କ ବୈମାତୃକ ମନୋଭାବ ଓ ଅବହେଳା ଅଭିଯୋଗରେ ବନ୍ଦ ଡାକରା ଦିଆଯାଇଛି । ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଦାବି, ଜିଲ୍ଲାରେ ବିଭିନ୍ନ ସରକାରୀ ଚାକିରିରେ ସ୍ଥାନୀୟ ଯୁବକଯୁବତୀଙ୍କୁ ନିଯୁକ୍ତି ଆଦି ଦାବି ହୋଇଛି ।

ସେହିପରି କେନ୍ଦ୍ରିୟ ଡ୍ରାଇଭିଂ ତାଲିମ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଏବଂ କୋରାପୁଟରେ ବନ୍ଦ ହୋଇଥିବା ବିଇଡି କଲେଜକୁ ୧୦୦ ସିଟ୍‌ ବିଶିଷ୍ଟ କରି ପୁନର୍ବାର ଚାଲୁ କରିବା ଦାବିରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀମତି ମୀନାକ୍ଷୀ ବାହିନୀ ପତି ବନ୍ଦ ଡାକରା ଦେଇଛନ୍ତି । ଜୟପୁର ବିଧାୟକ ତାରା ବାହିନୀପତିଙ୍କ ନେତୃତ୍ୱରେ ଚକଅଖ ବନ୍ଦ କରାଯାଇଛି । ବନ୍ଦକୁ ବ୍ୟବସାୟୀ ସଂଘ ସହ ବିଭିନ୍ନ ଅନୁଷ୍ଠାନ ସମର୍ଥନ ଜଣାଇଛି । ସହରର ମୁଖ୍ୟ ଟ୍ରାଫିକ ଛକଠାରେ କଂଗ୍ରେସ ନେତା ଓ କର୍ମୀମାନେ ରାସ୍ତା ଅବରୋଧ କରିଛନ୍ତି । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago