ରାଜ୍ୟ

କୃଷି ଓଡିଶା ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ, ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବାକୁ ଚାଷୀଙ୍କୁ ଦେଲେ ପରାମର୍ଶ

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ ଓ ଫସଲ ବିବିଧତା ଉପରେ ଗୁରୁତ୍ବ ଆରୋପ କରି ଚାଷୀ ମାନଙ୍କୁ ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି।
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ କୃଷି ଓଡିଶା-୨୦୨୩ ଆଜି ଠାରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟେକ୍‌ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍‌ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍‌ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କୃଷି ଓ କୃଷକମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି। ଖାଦ୍ୟରେ ଅଭାବ ଥିବା ଏକ ରାଜ୍ୟରୁ ଆଜି ଆମେ ଖାଦ୍ୟଶସ୍ୟରେ ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ ବୋଲି ସେ କହିଥିଲେ । କାଳିଆ ଯୋଜନା ଦ୍ବାରା ଚାଷୀ ମାନଙ୍କୁ ରୋଜଗାର ସୁରକ୍ଷା ମିଳିପାରିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଫାର୍ମ ମେକାନାଇଜେସନ ଉପରେ ଗୁରୁତ୍ବ ଦିଆଯାଇ ଫସଲ ଉତ୍ପାଦକତା ବଢାଇବା ପାଇଁ ଉଦ୍ୟମ ଜାରି ରହିଛି । ପଣସ ମିଶନ, ଛତୁ ମିଶନ ଆଦି ସ୍ବତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ବ ଦିଆଯାଉଛି । ଆମର ମିଲେଟ ମିଶନ ଆଜି ସାରା ଦେଶ ଓ ବିଶ୍ବର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ମତଦେଇ ସେ କହିଥିଲେ ଯେ ଏହା ଆମର ମିଶନ ଶକ୍ତି ମା ମାନଙ୍କର ରୋଜଗାର ବଢାଇବାରେ ମଧ୍ୟ ସହାୟକ ହୋଇପାରିଛି।

‘କୃଷି ଓଡିଶା’ରେ ଉପସ୍ଥିତ ଥିବା WFP, IFAD ଏବଂ FAO ପରି ସଂସ୍ଥାର ପ୍ରତିନିଧି ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କୃଷିମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି । କୃଷକ ମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଂଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍‌ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀ ମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ ।

ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଶ୍ରୀ ସୁବ୍ରତୋ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago