ରାଜ୍ୟ

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କୁଚିଣ୍ଡା ଗୋଛରା ଆରଆଇ, ଜମି ପଟ୍ଟା ରିପୋର୍ଟ ପାଇଁ ନେଉଥିଲେ ଲାଞ୍ଚ

କୁଚିଣ୍ଡା(କେନ୍ୟୁଜ୍): ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆର୍‌ଆଇ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ଗୋଛରା ଆରଆଇ ସତ୍ୟନାରାୟଣ କାଉଡ଼ି ଭିଜିଲାନ୍‌ସ ହାତରେ ଧରା ପଡ଼ିଛନ୍ତି । ଜମି ପଟ୍ଟା କରିବା ପାଇଁ ରିପୋର୍ଟ ଦେବାକୁ ସେ ଲାଞ୍ଚ ନେଉଥିଲେ । ଆରଆଇ ସତ୍ୟନାରାୟଣଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି ।

ଟ୍ରାପ ପରେ ତାଙ୍କର ଆୟ ବହିର୍ଭୂତ ସଂପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ । ସତ୍ୟନାରାୟଣଙ୍କର ତିନୋଟି ସ୍ଥାନରେ ଚାଲିଛି ରେଡ । ଏନେଇ ସମ୍ବଲପୁର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇଛି । ଗୋଛରା ସରକାରୀ କାର୍ଯ୍ୟାଳୟ ସହ ମହୁଲଡିହି ଭଡା ଘରେ ସମ୍ବଲପୁର ଭିଜିଲାନ୍ସ ଦ୍ଵାରା ରେଡ୍‌ ଚାଲିଥିଲା। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ରେଡ୍‌ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ମିଳିବ ବୋଲି ଆଶା କରାଯାଉଛି ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

27 mins ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago