Categories: ରାଜ୍ୟ

ବାଲେଶ୍ୱର: ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣା, ଶ୍ରମ କମିଶନରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ

ବାଲେଶ୍ୱର(କେନ୍ୟୁଜ୍):  ଖନ୍ତାପଡ଼ାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ତଦନ୍ତ ନିର୍ଦ୍ଦେଶ । ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ। ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଫାଲକନ ମେରାଇନ ବିରୋଧରେ ମାମଲା ରୁଜୁ କରାଯାଇଛି। ଏନେଇ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି ପୋଲିସ ଡିଜି ବିକେ ଶର୍ମା। କମ୍ପାନୀକୁ ସିଲ୍‌ କରାଯିବା ସହ ୭ ଜଣ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ଭୁବନେଶ୍ୱରରୁ ଏକ ସ୍ପେଶାଲ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାର ତଦନ୍ତ କରିବା ପାଇଁ ବାଲେଶ୍ୱର ଆସିଛି। DSP କ୍ରାଇମ୍‌ ମନୋଜ ରାଉତ ଫାର୍ମରେ ପହଞ୍ଚି ତଦନ୍ତ କରୁଛନ୍ତି। ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ସହ ରେମୁଣା ବିଧାୟକ ହସ୍‌ପିଟାଲରେ ପହଞ୍ଚି ଅସୁସ୍ଥଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଖନ୍ତାପଡାରେ ଥିବା ଫାଲକନ ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟରେ ଆମୋନିଆ ଗ୍ୟାସ୍‌ ଲିକ୍‌ ରେ ଅଣନିଶ୍ୱାସୀ ହୋଇ ୧୧୦ରୁ ଉର୍ଦ୍ଧ୍ୱ ଶ୍ରମିକ ଅସୁସ୍ଥ ହୋଇପଡିଥିଲେ। ଅଚେତ ଅବସ୍ଥାରେ ସେମାନଙ୍କୁ ପ୍ରଥମେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅସୁସ୍ଥଙ୍କ ମଧ୍ୟରେ ମହିଳାଙ୍କ ସଂଖ୍ୟା ଅଧିକ ଅଛି। ବର୍ତ୍ତମାନ ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଗତକାଲି ପ୍ରୋସେସିଂ ବେଳେ ହଠାତ୍‌ ଗ୍ୟାସ୍‌ ଲିକ୍‌ ହୋଇଥିଲା ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

9 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

24 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

36 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

37 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago