ରାଜ୍ୟ

ଆଜି ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ) : ଚଳିତ ମାସ ସୁଦ୍ଧା ସବୁ ଜିଲ୍ଲାରେ ପହଞ୍ଚିବ ଲକ୍ଷ୍ମୀ ବସ୍। ଆଜି ୫ ଜିଲ୍ଲାରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର, ବରଗଡ଼, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗଡ଼ିବ ବସ୍। ସେହିପରି ୧୬ ତାରିଖରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଗଡ଼ିବା ଆରମ୍ଭ କରିବ ।

୧୯ରେ ସମ୍ବଲପୁର, ସୋନପୁର, କଟକ, ଝାରସୁଗୁଡ଼ା ଓ କନ୍ଧମାଳରେ ଏବଂ ୨୧ରେ ବାଲେଶ୍ବର, ନୂଆପଡ଼ା, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହେବ । ୧୨ରୁ ୨୧ ତାରିଖ ମଧ୍ୟରେ ମୁଖ୍ୟମନ୍ତ୍ରୀ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବେ। ଗତ ଜାନୁଆରୀ ୩୧ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିଥିଲେ ।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

26 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

45 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

53 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago