Below header

ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ବ୍ଲାକମେଲିଂ ମାମଲା: ଆଜି କୋର୍ଟରେ ହାଜର ହେବେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ

ଭୁବନେଶ୍ୱର(କେନ୍ୟୁଜ୍): ଆଜି କୋର୍ଟରେ ହାଜର ହେବେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଆଣିଥିବା ବ୍ଲାକମେଲିଂ ମାମଲାରେ ବ୍ୟକ୍ତିଗତ ଭାବରେ ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର ହେବେ ଅର୍ଚ୍ଚନା । ନୟାପଲ୍ଲୀ ଥାନାରେ ତାଙ୍କ ନାଁରେ ବ୍ଲାକମେଲିଂ ଅଭିଯୋଗ ଆଣିଥିଲେ ପ୍ରଯୋଜକ ଅକ୍ଷୟ ପରିଜା । ଅଶ୍ଳୀଳ ଭିଡିଓ ଭାଇରାଲ୍‌ କରିବାକୁ ଧମକ ଦେବା ସହ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ମାଗିଥିଲେ । ଏନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଥିଲା ।

ଏହି ମାମଲାରେ ତାଙ୍କୁ ଟ୍ୟାଗ୍‌ କରାଯାଇଛି । ପୂର୍ବରୁ ଖଣ୍ଡଗିରି ଥାନାରେ ହୋଇଥିବା ଅଭିଯୋଗ ଆଧାରରେ ଗତ ଅକ୍ଟୋବର ୬ ତାରିଖରେ ଅର୍ଚ୍ଚନାଙ୍କୁ ପୋଲିସ ଗିରଫ କରିଥିଲା । ଏହାପରେ ସେ ଭୁବନେଶ୍ୱର ଝାରପଡ଼ା ଜେଲରେ ଅଛନ୍ତି । ଗତ ୨୧ ତାରିଖରେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁକୁ ଗିରଫ କରିଥିଲା ପୋଲିସ । ଆଜି ସେସନ୍‌ସ କୋର୍ଟରେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଜାମିନ ଆବେଦନ କରିପାରନ୍ତି ତାଙ୍କ ଓକିଲ ଦେବାଶିଷ ମହାପାତ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.