ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ‘ନୂଆଁଖାଇ’ ଲାଗି ଧାର୍ଯ୍ୟ ହେଲା ଲଗ୍ନ

ସମ୍ବଲପୁର(କେନ୍ୟୁଜ୍):  ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ‘ନୂଆଁଖାଇ’ ଲାଗି ଧାର୍ଯ୍ୟ ହୋଇଛି  ଲଗ୍ନ। ଆସନ୍ତା ୨୩ ତରିଖରେ  ମା’ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ପାଇଁ  ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ହୋଇଛି। ଏହି ନୂଆଁଖାଇ ପାଇଁ ଚଳିତ ମାସ ୨୩ ତାରିଖରେ ସମ୍ବଲପୁର ସମେତ ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା  ଜିଲ୍ଲାରେ ପର୍ବ ଅନୁଷ୍ଠିତ ହେବ।

LAGNA-2

ନୂଆଁଖାଇ ପାଇଁ ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଲାଗି ଅଗଷ୍ଟ ୨୩ ତାରିଖ ଅର୍ଥାତ ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ରବିବାର ପୂର୍ବାହ୍ନ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ଲଗ୍ନ ଧାର୍ଯ୍ୟ ହୋଇଛି। ଝାଡୁଆପଡ଼ାସ୍ଥିତ ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.