ନୂଆଖାଇ ପାଇଁ ନିର୍ଦ୍ଧାରିତ ହେଲା ଲଗ୍ନ

ସମ୍ବଲପୁର : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ବ ନୂଅଖାଇ ପାଇଁ ଆଜି ଲଗ୍ନ ନିର୍ଦ୍ଧାରତ ହୋଇଯାଇଛି । ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ପକ୍ଷରୁ ପଣ୍ଡିତ, ବିଦ୍ୱାନ ଏବଂ ଜ୍ୟୋର୍ତିବିଦମାନେ ଲଗ୍ନ ସ୍ଥିର କରିଛନ୍ତି। ମା’ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ରକୁ ନେଇ ଏହି ଶୁଭଲଗ୍ନ ବାହାର କରାଯାଇଛି। ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ନୂଆଖାଇ ପର୍ବ ପାଳନ ନେଇ ଆଜି ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧିାରିତ ହୋଇଛି ।

ପଶ୍ଚିମ ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ଏବଂ ପ୍ରସିଦ୍ଧ ପର୍ବ ‘ନୂଆଖାଇ’ ପାଇଁ ଆଜି ଲଗ୍ନ ନିର୍ଦ୍ଧାରିତ ହୋଇଯାଇଛି। ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ପକ୍ଷରୁ ପଣ୍ଡିତ, ବିଦ୍ୱାନ ଏବଂ ଜ୍ୟୋର୍ତିବିଦମାନେ ଲଗ୍ନ ସ୍ଥିର କରିଛନ୍ତି। ମା’ ସମଲେଶ୍ୱରୀଙ୍କ ରାଶି ନକ୍ଷତ୍ରକୁ ନେଇ ଏହି ଶୁଭଲଗ୍ନ ବାହାର କରାଯାଇଛି। ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ, ସେପ୍ଟେମ୍ବର ମାସ ୧୧ ତାରିଖ ଦିନ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବ ବୋଲି ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.