ରାଜ୍ୟ

ଜମିଜମାକୁ ନେଇ ଗଣ୍ଡଗୋଳ: ଦୁଇ ପୋଲିସ ଅଧିକାରୀଙ୍କ ସମେତ ଅନେକ ଆହତ ହୋଇଛନ୍ତି

ମୟୂରଭଞ୍ଜ (କେନ୍ୟୁଜ): ଜମିଜମାକୁ ନେଇ ଗଣ୍ଡଗୋଳ ବେଳେ ପୋଲିସକୁ ଆକ୍ରମଣ । ଜମିଜମା ବିବାଦକୁ କେନ୍ଦ୍ର କରି ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଅଧୀନ ବେଲପାଳ ଗାଁରେ ତୁମୁଳକାଣ୍ଡ । ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ବଡସାହି-ବେତନଟୀ ରାସ୍ତାକୁ ଦୀର୍ଘ ସମୟ ଅବରୋଧ କରିଥିଲେ । ପ୍ରଶାସନ ସେମାନଙ୍କୁ ନିବୃତ୍ତ କରିବାରେ ବିଫଳ ହେବାରୁ ବେତନଟୀ ଏସଡିପିଓ ସୁଦର୍ଶନ ଦାଶ ଓ ବଡ଼ସାହି ଆଇଆଇସି ଉମାଶଙ୍କର ନାୟକ ପୋଲିସ ଫୋର୍ସ ସହିତ ଘଟଣାସ୍ଥଳରେ ପହଞ୍ଚି ଥିଲେ । ତେବେ ରାସ୍ତା ଅବରୋଧକାରୀମାନେ ସେମାନଙ୍କୁ ଆକ୍ରମଣ କରିଥିଲେ । ପୋଲିସ ଭ୍ୟାନ ଭାଙ୍ଗିରୁଜି ଯାଇଥିବା ବେଳେ ଦୁଇ ପୋଲିସ ଅଧିକାରୀଙ୍କ ସମେତ ଅନେକ ଆହତ ହୋଇଛନ୍ତି । ଆହତମାନଙ୍କୁ ବଡ଼ସାହି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ ବେଲପାଳ ଗ୍ରାମର ପ୍ରବୋଧ ଭୁୟାଁ ସ୍ଥାନୀୟ ବ୍ୟାଙ୍କରେ ଜମି ବନ୍ଧକ ରଖି ଋଣ ନେଇଥିଲେ। ତେବେ ବାରମ୍ବାର ଋଣ ପରିଶୋଧରେ ଖିଲାପ ହେବାରୁ ଉକ୍ତ ଜମିକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଲାମ କରି ଦେଇଥିଲେ। ଏହାର ପ୍ରତିବାଦରେ ପ୍ର‌‌ବୋଧ ଅଦ‌ାଲତର ଦ୍ବାରସ୍ଥ ହୋଇଥିଲେ ଓ କୋର୍ଟ ତାଙ୍କ ସପକ୍ଷରେ ରାୟ ଦେଇଥିଲେ। ତେଣୁ ଆଜି ସକାଳେ ନିଜ ଜମିରେ ବାଡ଼ ବସାଇବାକୁ ଯାଇଥିଲେ ପ୍ର‌‌ବୋଧ। ତେବେ ଜମି ନିଲାମ ନେଇଥିବା ବ୍ୟକ୍ତି ଓ ତାଙ୍କ ଭାଇମାନେ ଏହାର ବିରୋଧ କରିଥିଲେ। ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହେବାସହ ଭୁଜାଲିରେ ହଣାହଣି ହୋଇଥିଲେ ।

Barsha

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

16 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

18 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

22 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

23 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

28 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

36 mins ago