Categories: ରାଜ୍ୟ

ସରିଲା ମେକ୍ ଇନ୍ ଓଡିଶା କନକ୍ଲେଭର ଦ୍ୱିତୀୟ ସଂସ୍କରଣ, ଶେଷ ଦିନରେ ଲଞ୍ଚ ହେଲା ବାୟୋଟେକ୍‌ ପଲିସି

ଭୁବନେଶ୍ବର : ସରିଲା ମେକ ଇନ ଓଡିଶା କନକ୍ଲେଭର ଦ୍ୱିତୀୟ ସଂସ୍କରଣ । ଆଜି ପଞ୍ଚମ ତଥା ଶେଷ ଦିନରେ ଥିଲା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ଉପରେ ଅଧିବେଶନ । ଏଥିରେ ଲଞ୍ଚ ହୋଇଛି ବାୟୋଟେକ୍‌ ପଲିସି । ଏହି ପଲିସି ଷ୍ଟାର୍ଟ-ଅପ୍‌ ଓ ଇଣ୍ଡଷ୍ଟ୍ରିକୁ ଆକୃଷ୍ଟ କରିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ବାୟୋଟେକ୍‌ ପାଇଁ ଓଡ଼ିଶା ପ୍ରକୃଷ୍ଟ ସ୍ଥାନ। ଏଥିରେ କ୍ରିଷ୍ଣା-ଆଲ୍ଲା କମ୍ପାନୀ ପୁଞ୍ଜି ବିନିଯୋଗ କରିବ । ୫୦୦ କୋଟି ଟଙ୍କା ବିନିଯୋଗ ପାଇଁ ପ୍ରତିଶ୍ରୁତି ମିଳିଛି । ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭରେ ଆସିଥିବା ସମସ୍ତ ପ୍ରସ୍ତାବ ଓ ପୁଂଜି ନିବେଶକୁ ତ୍ୱରାନ୍ଵିତ କରିବା ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।

ସେହିପରି ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭର ଶେଷ ଦିନରେ ଅନୁଷ୍ଠିତ ହୋଇଥିଲା ମିଡିଆ ଓ ମନୋରଂଜନ ଶିଳ୍ପ ସଂପର୍କିତ ଅଧିବେଶନ । ଏଥିରେ ମିଡିଆ ଓ ମନୋରଂଜନ କ୍ଷେତ୍ରରେ କାମ କରୁଥିବା ବହୁ ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ । ଓଡ଼ିଶାରେ ଭଲ ପ୍ରସାରଣ ସେବା ପାଇଁ ରୋଡମ୍ୟାପ୍‌ ପ୍ରସ୍ତୁତି ଉପରେ ମତ ରଖିଥିଲେ କଳିଙ୍ଗ ଟିଭିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ହିମାଂଶୁ ଖଟୁଆ । ପ୍ରସାରଣ ସେବା କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଓ ସ୍ୱଚ୍ଛତା ଉପରେ ମତ ରଖିଥିଲେ । ସେହିପରି ସମ୍ବାଦ ଗ୍ରୁପର ପରିଚାଳନା ନିର୍ଦ୍ଦେଶିକା ମୋନିକା ନାୟାରପଟ୍ଟନାୟକ ମଧ୍ୟ ମତାମତ ରଖିଥିଲେ । ଫିଲ୍ମ ନିର୍ମାତା ନୀଳମାଧବ ପଣ୍ଡା ଓ ରାଜୁ ମିଶ୍ର ମନୋରଂଜନ ଶିଳ୍ପ ସଂପର୍କରେ ସେମାନଙ୍କ ମତ ଉପସ୍ଥାପନ କରିଥିଲେ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago