ପୁରୀ(କେନ୍ୟୁଜ୍): ବିଶିଷ୍ଟ ସଙ୍ଗୀତଜ୍ଞ, ସାହିତ୍ୟିକ ଏବଂ ସ୍ତମ୍ଭକାର ପଦ୍ମଶ୍ରୀ ଡଃ ପ୍ରଫୁଲ୍ଲ କରଙ୍କ ସ୍ବର୍ଗଦ୍ବାର ଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା, ପଞ୍ଚାୟତି ରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ବର୍ଗଦ୍ବାର ଠାରେ ପଦ୍ମଶ୍ରୀ କରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ପୂର୍ବତନ ସାଂସଦ ତଥାଗତ ଶତପଥୀ ପ୍ରମୁଖ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଉପ ଜିଲ୍ଲାପାଳ ଭବତାରଣ ସାହୁ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଜ୍ୟୋଷ୍ଠ ପୁତ୍ର ମହାଦୀପ କର ମୁଖାଗ୍ନି ଦେଇଥିଲେ। ସାନ ପୁଅ ମହାପ୍ରସାଦ କର, କନ୍ୟା ସନ୍ଧ୍ୟାଦୀପ କର, ପୁତ୍ରବଧୁ, ନାତି ନାତୁଣୀ, ସଙ୍ଗୀତ ପ୍ରେମୀ, ବିଶିଷ୍ଟ ବ୍ୟକ୍ତି ବିଶେଷ, ବୁଦ୍ଧିଜୀବୀ, ସାଧାରଣ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…