ରାଜ୍ୟ

ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ, ରାଜ୍ୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ

କଟକ : ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ । କଟକ ସତୀଚଉରା ଶ୍ମଶାନରେ ରାଜ୍ୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି । ମୁଖାଗ୍ନି ଦେଇଥିଲେ ସ୍ବରୂପ ନାୟକଙ୍କ ବଡ଼ ଝିଅ ନିବୃତ୍ତି । ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଥିଲା ।

ଶୋକାକୁଳ ପରିବେଶରେ ପରିବାର, ବନ୍ଧୁ ଓ ଶୁଭେଚ୍ଛୁମାନେ ସ୍ବରୂପ ନାୟକଙ୍କୁ ଅନ୍ତିମ ବିଦାୟ ଦେଇଛନ୍ତି । ଆଜି ମରଶରୀରରେ ବହୁ ବିଶିଷ୍ଟ ବ୍ୟକ୍ତିବି ଶ୍ରଦ୍ଧାଞ୍ଜଳି ଦେଇଥିଲେ । କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଗତକାଲି ଏକ ଘରୋଇ ଡାକ୍ତରଖାନାରେ ଆଖି ବୁଜିଥିଲେ ସ୍ବରୂପ ନାୟକ ।

୧୯୮୪ରେ ହୀରାନୀଳା ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶକ ଭାବେ ସିନେଜଗତରେ ପାଦ ଥାପିଥିଲେ । ୪୧ଟି ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ସହ ୩୦ଟି ଫିଲ୍ମ ପାଇଁ ଗୀତ ରଚନା କରିଛନ୍ତି।

ସ୍ବରୂପ ନାୟକ ଥିଲେ ଏକାଧାରରେ ଜଣେ ଗୀତିକାର, କଣ୍ଠଶିଳ୍ପୀ ଓ ଅଭିନେତା । ସିନେମା ଜଗତକୁ ତାଙ୍କ ଅବଦାନ ପାଇଁ ଅନେକ ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

Niharanjan

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

21 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

24 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

28 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

40 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

57 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago