ରାଜ୍ୟ

ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ

ଭୁବନେଶ୍ବର(କେନ୍ୟୁଜ୍): ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ । ଗତକାଲି ଭୁବନେଶ୍ବର ଏମ୍‌ସରେ ସେ ଶେଷ ନିଶ୍ବାସ ତ୍ଯାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ କର୍କଟରେ ପୀଡ଼ିତ ‌ଥିଲେ। ତାଙ୍କ ମୃତ୍ୟୁ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ତାଙ୍କ ଶେଷ ଦର୍ଶନ କରିଥିଲେ।

୧୯୫୫ ଜାନୁଆରି ୧୧ରେ ଯାଜପୁର ଜଲାହାର ଗ୍ରାମରେ ସେ ଜନ୍ମଗ୍ରହଣ କରିଥିଲେ। ସ୍ୱର୍ଗତ ପୀତାମ୍ବର ପାଣି ଓ ମା’ ରାଧା ପାଣିଙ୍କ କନ୍ୟା ହେଉଛନ୍ତି ଶ୍ରୀମତୀ ଘୋଷ। ମାତ୍ର ୭ବର୍ଷ ବୟସରୁ ସଙ୍ଗୀତ ସହିତ ଆରମ୍ଭ ହୋଇଥିବା ସମ୍ପର୍କକୁ ସେ ଅତୁଟ ରଖିଥିଲେ। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ମଧ୍ୟ ସେ ଅଧ୍ୟାପନା କରୁଥିଲେ। ଦୀର୍ଘ ଦିନର ସଙ୍ଗୀତ ସାଧନା ପାଇଁ ସେ ଅନେକ ଅନୁଷ୍ଠାନ ଓ ସଙ୍ଗଠନ ପକ୍ଷରୁ ପୁରସ୍କୃତ ହୋଇଥିଲେ। ୨୦୧୫ ମସିହାରେ ଓଡ଼ିଶୀ କଣ୍ଠ ସଙ୍ଗୀତ ପାଇଁ ଶ୍ରୀମତି ଘୋଷଙ୍କୁ ‘ଓଡ଼ିଶା ସଙ୍ଗୀତ ନାଟକ ଏକାଡେମି’ ପୁରସ୍କାର ପ୍ରଦାନ କରାଯାଇଥିଲା।

ତାଙ୍କ କଣ୍ଠ ନିଃସୃତ ଓଡ଼ିଶୀ, ଛାନ୍ଦ, ଚମ୍ପୁ, ଭଜନ, ଜଣାଣ, ଆଧୁନିକ ଓ ପଲ୍ଲୀ ଗୀତ ଶ୍ରୋତାମାନଙ୍କୁ ବିମୋହିତ କରିଆସିଛି। ୧୯୭୫ ମସିହାରୁ ଆକାଶବାଣୀ ଓ ଦୂରଦର୍ଶନର ଜଣେ ସ୍ୱୀକୃତିପ୍ରାପ୍ତ କଳାକାର ଭାବେ ସେ ଓଡ଼ିଶୀ ସଙ୍ଗୀତ ଗାନ କରୁଥିଲେ। ପରେ ଜଣେ ଉଚ୍ଚମାନର କଳାକାର ଭାବେ ସେ ସୁନାମ ଅର୍ଜନ କରିଥିଲେ। ସେ ନୂଆପିଢ଼ିଙ୍କୁ ସଙ୍ଗୀତ ଶିକ୍ଷା ମଧ୍ୟ ଦେଉଥିଲେ।

Sonalisa

Recent Posts

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

2 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

11 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

27 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

42 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

55 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

55 mins ago