ଆସନ୍ତାକାଲି ଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ସହ ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡ ସମ୍ଭାବନା, ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍‌: ଆସନ୍ତାକାଲି ଠାରୁ ଅକ୍ଟୋବର ୨ ଯାଏଁ ରାଜ୍ୟରେ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏନେଇ ୩ ଦିନ ସତର୍କତା ଅବଲମ୍ବନ କରିବା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହାସହ ବିପଦ ଥିବା ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ରର ସୂଚନା ମୁତାବକ, ସେପ୍ଟେମ୍ବର ୩୦ରୁ ୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସହ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ ଓ ଢେଙ୍କାନାଳରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.