Below header

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷିବ , ୬ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ ବ୍ୟୁରୋ: ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ ।ଆସନ୍ତା ୧୩ ତାରିଖ ବେଳକୁ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଉପକୂଳରେ ଏହା ଘନିଭୂତ ହେବ ବୋଲି ସୂଚନା ମିଳିଛି ।ତେବେ ଏହା ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡିଘଡି ସହ ପ୍ରବଳ ବର୍ଷା ମଧ୍ୟ ହେବ। ଏନେଇ ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହିତ ସର୍ତ୍ତକ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ୧୦ ତାରିଖରେ କେନ୍ଦୁଝର, ମୟୁୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ସେହିପରି ଉପକୂଳ ଓଡିଶାର ଅନ୍ୟାନ୍ୟ ଜିଲ୍ଲା ସମେତ ପଶ୍ଚିମ ଓଡିଶାରେ ଘଡଘଡି ସହ ବଜ୍ରପାତ ହେବବୋଲି ପାଣିପାଗ ବିଭାଗ ତରଫରୁ ପୂର୍ବାନୁମାନ କରାଯାଇଛି।

ସାମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‌ କମିସ୍‌ନର ତଥା ଏସ୍‌ଆରସିଙ୍କ ପକ୍ଷରୁ ଆଜିି ଜିଲ୍ଲାପାଳଙ୍କୁ ସତର୍କ ପରାମର୍ଶ ଦିଆଯାଇଛି ।ଏହା ସହିତ ସ୍ଥିତି ଉପରେ ତୀକ୍ଷଣ୍‌ ନଜର ରଖିବା ସହ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.