Below header

ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରରୁ ରାଜ୍ୟକୁ ଚିଠି; ଗଠନ ନେଇ କ’ଣ ପକ୍ରିୟା ରହିବ ସେ ନେଇ ରହିଛି ଉଲ୍ଲେଖ

ଭୁବନେଶ୍ୱର (କେନ୍ୟୁଜ): ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି କେନ୍ଦ୍ର ସରକାର । ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି । ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ ଟି ଚିଠି ଲେଖାଯାଇଥିଲା । ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି । ଚିଠି ବିଧାନସଭାରେ ପହଂଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.