ଆସନ୍ତା ୨୯ ରୁ ମାଟ୍ରିକ୍‌ ପରୀକ୍ଷା, ସୁପରିଚାଳନା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି

ଭୁବନେଶ୍ୱର(କେନ୍ୟୁଜ୍): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ । ପରୀକ୍ଷାର ସୁପରିଚାଳନା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି କରି ସୁବ୍ୟବସ୍ଥିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ୩ ହଜାର ୫୪୦ ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୭୧ ହଜାର ୯୦୯ ଜଣ ପରୀକ୍ଷାର୍ଥୀ ଏହି ମାଟ୍ରିକ ପରୀକ୍ଷା ଦେବେ । ୪ ହଜାର ୪୪୩ ଜଣ ମଧ୍ୟମା ଏବଂ ୯ ହଜାର ୩୭୮ ଜଣ ଓପନ ସ୍କୁଲ ପରୀକ୍ଷାର୍ଥୀ ଅଛନ୍ତି ।

ଏଥିପାଇଁ ରାଜ୍ୟରେ ୩୧୫ଟି ନୋଡାଲ ସେଣ୍ଟର କରାଯାଇଛି । ଗତ ୨୨ ତାରିଖ ରୁ ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ବୁକଲେଟ ଓ ଓଏମଆର ସିଟ ପଠାଯାଇଛି । ନୋଡାଲ ସେଣ୍ଟର ଗୁଡ଼ିକରେ ୨୪ ଘଣ୍ଟିଆ କଡା ପ୍ରହରା ବ୍ୟବସ୍ଥା ସହ ପରୀକ୍ଷା ସମୟରେ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ଏସ୍‌ପିମାନଙ୍କୁ ନିବେଦନ କରିଛନ୍ତି ବୋର୍ଡ ସଭାପତି । ଦୁଇଟି ସିଟିଂରେ ବୋର୍ଡ ପରୀକ୍ଷା କରାଯାଉଛି । ସକାଳ ୮ ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ସାଢ଼େ ୧୧ଟାରୁ ସାଢେ ଗୋଟାଏ ଯାଏ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେବ ବୋଲି ନିଷ୍ପତ୍ତି ନିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.