ଦଶହରାରେ ଉପକୂଳ ଓଡ଼ିଶାରେ ହାଲକା ବର୍ଷା ସମ୍ଭାବନା, ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ନବମୀ ଓ ଦଶହରାରେ ଉପକୂଳ ଓଡ଼ିଶା ଭିଜିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ଜିଲ୍ଲାରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି ।

କେନ୍ୟୁଜ୍(ବ୍ୟୁରୋ):ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୧ ତାରିଖ ସକାଳେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନରେ ପରିଣତ ହେବ । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ଏହାର ସମ୍ଭାବ୍ୟ ଗତିପଥ, ତୀବ୍ରତା ଓ ପ୍ରଭାବ ନେଇ ସ୍ପଷ୍ଟ ଆକଳନ ହୋଇ ନାହିଁ। ଏପଟେ ଦଶହରାରେ ଉପକୂଳରେ ହାଲକା ବର୍ଷା ହୋଇପାରେ।

ନବମୀ ଓ ଦଶହରାରେ ଉପକୂଳ ଓଡ଼ିଶା ଭିଜିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ଜିଲ୍ଲାରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୪ରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା ପରିମାଣ । ଏପଟେ ସାରା ଦେଶରୁ ମୌସୁମୀର ଅପସାରଣ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶରୁ ଅପସାରଣ ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.