Below header

ଆଜିଠାରୁ ରାଜ୍ୟରେ ହେବ ହାଲୁକାରୁ ମଧ୍ୟମ ଧରଣର ବର୍ଷା, କାଲିଠୁ ବଢିବ ପରିମାଣ

ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

କେନ୍ୟୁଜ୍(ବ୍ୟୁରୋ): ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପକ୍ଷେତ୍ର। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତ ଓ ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠୁ ବଢିବ ବର୍ଷା ପରିମାଣ। ୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୧୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ୧୭ରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଅନୁମାନ କରାଯାଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ବଙ୍ଗୋପସାଗର। ଘଣ୍ଟା ପ୍ରତି ୫୫ରୁ ୬୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.