ତାତି ସାଙ୍ଗକୁ କଲବଲ କରୁଛି ଗୁଳୁଗୁଳି: ୨୪ ଘଣ୍ଟାରେ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଜିଠୁ ୫ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ୧୧ ଜିଲ୍ଲା ଓ ୧୯ ତାରିଖରେ ୧୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ଅସ୍ତବ୍ୟସ୍ତ କରୁଛି ଖରା। ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ତାତି ସାଙ୍ଗକୁ କଲବଲ କରୁଛି ଗୁଳୁଗୁଳି। ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ା ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ଝାରସୁଗୁଡ଼ାରେ ତାପମାତ୍ରା ୪୨.୮ ଡିଗ୍ରୀ ସେଲସିୟସ ପାର କରିଛି। ସମ୍ବଲପୁରରେ ୪୨.୬, ହୀରାକୁଦରେ ୪୦. ୮, କେନ୍ଦୁଝରରେ ୪୦ ଡିଗ୍ରୀ ପାର କରିଛି ପାରା। ଚାନ୍ଦବାଲିର ତାପମାତ୍ରା ୩୯. ୨ ଡିଗ୍ରୀ ଥିବା ବେଳେ ଭୁବନେଶ୍ୱରେ ପାରା ୩୮. ୬ ରହିଛି।

ଆଜିଠୁ ୫ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ୧୧ ଜିଲ୍ଲା ଓ ୧୯ ତାରିଖରେ ୧୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.