୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର:  ଉତ୍ତର ଓଡ଼ିଶାରେ ଅନେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି । ତେବେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ।

ଜୁନ ୨୧ରୁ ୨୨ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ଼ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ଥିବାରୁ ଉକ୍ତ ଜିଲ୍ଲାଗୂୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାଛଡ଼ା ୨୨ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ହେତୁ ଉକ୍ତ ଜିଲ୍ଲାର ବସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ତେଣୁ ଉକ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି। ଛତ୍ରପୁରରେ ସର୍ବାଧିକ ତାପମାତ୍ରା ୩୩.୦ଡିଗ୍ରୀ ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୯.୦ଡିଗ୍ରି ସେଲସିୟସ ରହିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.