Below header

ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ଓ ଉପକୂଳ ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା

ଖସିଲା ପାରଦ, ଥରୁଛି ଉତ୍ତର ଆଭ୍ୟନ୍ତର ଓଡ଼ିଶା। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଶୁଷ୍କ ଓ ଥଣ୍ଡା ବାୟୁ । ଯାହାର ପ୍ରଭାବରେ ରାତି ତାପମାତ୍ରା କମିବାରେ ଲାଗିଛି। ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଆଜି ଗଞ୍ଜାମ, ଗଜପତି, କୋରାପୁଟ ଓ ରାୟଗଡା ରେ ହାଲୁକା ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର : ଖସିଲା ପାରଦ, ଥରୁଛି ଉତ୍ତର ଆଭ୍ୟନ୍ତର ଓଡ଼ିଶା। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଶୁଷ୍କ ଓ ଥଣ୍ଡା ବାୟୁ । ଯାହାର ପ୍ରଭାବରେ ରାତି ତାପମାତ୍ରା କମିବାରେ ଲାଗିଛି। ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଆଜି ଗଞ୍ଜାମ, ଗଜପତି, କୋରାପୁଟ ଓ ରାୟଗଡା ରେ ହାଲୁକା ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ପାଗ ଶୁଖିଲା ରହିବ । ୧୧ ତାରିଖରେ ଉତ୍ତର ଆଭ୍ୟନ୍ତର ଓଡ଼ିଶା ପାର୍ଶ୍ବବର୍ତ୍ତି କିଛି ଜିଲ୍ଲା ଓ ଉପକୂଳ ଅଞ୍ଚଳରେ ପାଗ ମେଘୁଆ ସହ କିଛି ସ୍ଥାନରେ ହାଲୁକା ବର୍ଷା ହେବ। ଏହି ବର୍ଷାର ପ୍ରଭାବ ୧୨ ତାରିଖ ପର୍ଯ୍ୟନ୍ତ ରହିବ । ୧୫ ତାରିଖ ବେଳକୁ ପଶ୍ଚିମ ଝଡ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ଆକଳନ ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.