ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା କୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଏବଂ ଗଙ୍ଗୀୟ ପଶ୍ମିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ହେବ।
ଆସନ୍ତା ୭ ତାରିଖରୁ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୫ରୁ ୭ ତାରିଖ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ସତର୍କତା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ବର୍ଷା ରାଜ୍ୟରେ ନିଅଣ୍ଟିଆ ବୃଷ୍ଟିପାତ ଭରଣା କରିବା ବୋଲି ଆଶା କରାଯାଉଛି ।