Below header

ଆସନ୍ତା ୩ରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ, ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ କରାଯିବ ସମ୍ମାନିତ

ଆସନ୍ତା ୩ ତାରିଖରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ତାଙ୍କୁ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ।

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୩ ତାରିଖରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ । ତାଙ୍କୁ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ । ଓଡ଼ିଆ ଭାଷା ଉପରେ ଉଚ୍ଚକୋଟୀର ଗବେଷଣା ଦିଗରେ ଜୀବନବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ବିଶ୍ଵ ଓଡିଆ ସମ୍ମାନ ରେ ସମ୍ମାନିତ କରାଯିବ ।

ଡକ୍ଟର ପଟ୍ଟନାୟକଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି । ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ । ଭାରତୀୟ ଭାଷା ପ୍ରତିଷ୍ଠାନ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି । ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.