ରାଜ୍ୟ

ଆଜି ନବମୀ ସନ୍ଧ୍ୟା ଦର୍ଶନ, ଅପରାହ୍ନ ୪ଟା ଯାଏଁ ଚାଲିବ ଦର୍ଶନ

ପୁରୀ(କେନ୍ୟୁଜ୍‌): ସରି ସରି ଆସୁଛି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା। ରାତି ପାହିଲେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି। ଏଣୁ ଆଜି ଆଡ଼ପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ। ସକାଳୁ ସନ୍ଧ୍ୟା ଦର୍ଶନ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏଁ ଚାଲିବ।

ଆଜି ସକାଳୁ ଗୁଣ୍ଡିଚା ମନ୍ଦିର ଦ୍ୱାର ଫିଟାଯାଇ ମହାପ୍ରଭୁଙ୍କ ନୀତିକାନ୍ତି ଚାଲୁ ରହିଛି। ମଙ୍ଗଳ ଆଳତି ପରେ ଆରମ୍ଭ ହୋଇଯାଇଛି ସର୍ବସାଧାରଣ ଦର୍ଶନ। ନବମୀ ସନ୍ଧ୍ୟା ଦର୍ଶନରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ହୋଇଥିବା ବ୍ୟାରିକେଡ ସମ୍ପ୍ରସାରଣ କରାଯାଇଛି। ସେହିପରି ଗହଳି ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ସେଡ୍‌ ସହ ଅଗ୍ନିଶମ ବିଭାଗ ପକ୍ଷରୁ ଜଳସିଞ୍ଚନର ବ୍ୟବସ୍ଥା ମଧ୍ୟ କରାଯାଇଛି। ସନ୍ଧ୍ୟା ଦର୍ଶନ ସରିବା ପରେ ରାତିରେ ମହାପ୍ରଭୁଙ୍କ ସେନାପଟା ଲାଗି ଓ ବାହୁଟକଣ୍ଟ, କୁସୁମୀ ଲାଗି ଆଦି ସ୍ୱତନ୍ତ୍ର ନୀତିକାନ୍ତି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Also Read: ପ୍ରଥମ ଟି-୨୦ ମ୍ୟାଚ୍‌ରେ ଇଂଲଣ୍ଡକୁ ଧୂଳି ଚଟାଇଲା ଭାରତ, ଉଭୟ ବ୍ୟାଟିଂ ବୋଲିଂରେ ପାଣ୍ଡ୍ୟାଙ୍କ କମାଲ

WCW 11

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

2 mins ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

9 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

23 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

29 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

59 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago