ପିପିଲି(କେନ୍ଯୁଜ୍): ଭୁବନେଶ୍ୱର ୩୧୬ ଜାତୀୟ ରାଜପଥ ପିପିଲି ଟୋଲ ଗେଟ ନିକଟ ଜୈଇଷ ପାଟଣା ଠାରେ ରାସ୍ତା ରୋକ। ଜଣେ ଛାତ୍ରଙ୍କ ମୃତଦେହ ରଖି ନ୍ୟାୟ ଦାବିରେ ସ୍ଥାନୀୟ ଲୋକ ରାସ୍ତା ଅବରୋଧ କରିଛନ୍ତି। ଯାହା ଫଳରେ ଉଭୟ ପାର୍ଶ୍ଵରେ ଅଟକିଛି ଶହ ଶହ ଗାଡି। ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପିପିଲି SDPO ଓ IIC ସ୍ଥାନୀୟ ଲୋକଙ୍କୁ ରାସ୍ତା ଅବରୋଧ ହଟାଇବା ପାଇଁ ବୁଝାସୁଝା କରୁଛନ୍ତି।
ଗୋବିନ୍ଦପୁର ଗ୍ରାମର ସୌମ୍ୟରଞ୍ଜନ ଜେନା। ଯିଏକି ୧୦ମ ଶ୍ରେଣୀରେ ପାଠ ପଢୁଥିଲେ। ଗତ ୪ ଦିନ ସୌମ୍ୟ ରଞ୍ଜନ ସନ୍ଧ୍ୟାରେ ଟିଉସନ୍ ଯାଇ ଆଉ ଘରକୁ ଫେରି ନଥିଲେ। ଦୁଇଦିନ ପରେ ଖରିଆ ରୋଡ ଷ୍ଟେସନ ରେଳଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ଗତକାଲି ସୌମ୍ୟଙ୍କ ମୃତଦେହକୁ ବ୍ୟବଚ୍ଛେଦ କରି ତାଙ୍କ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଥିଲା। ତେବେ ଆଜି ସକାଳୁ ତାଙ୍କ ପରିବାର ଏବଂ ଗାଁ ଲୋକ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି।
ସମ୍ବଲପୁର : ପହିଲି ରଜରେ ଅଘଟଣ । ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ । ସମ୍ବଲପୁର ଗୋପାଲମାଲ ଅଞ୍ଚଳରେ ଅଭାବନୀୟ…
ଯଦି ଆପଣ ମଧ୍ୟ ଅଣ୍ଡରୱେଟ ଅଛନ୍ତି ତେବେ ଆପଣ ନିଶ୍ଚିତ ଭାବରେ ଏହିସବୁ ମିଲ୍କସେକ୍ ଆପଣଙ୍କ ଖାଦ୍ୟରେ ଅନ୍ତର୍ଭୁକ୍ତ କରିପାରିବେ…
ଭୁବନେଶ୍ୱର (କେନ୍ୟୁଜ) : ଲୋକଙ୍କ ସମସ୍ୟା କଥା ବୁଝିବାକୁ ପହଁଚିଲେ ସାଧାରଣ ଜନତାଙ୍କ ପାଖରେ, ପହଁଚିଲେ ଭୁବନେଶ୍ୱର ସାଂସଦ ଅପରାଜିତା…
ପନିପରିବା ମଧ୍ୟରେ ଭେଣ୍ଡିକୁ ଖାଇବା ପାଇଁ ଲୋକମାନେ ବହୁତ ପସନ୍ଦ କରନ୍ତି । କିନ୍ତୁ ଭେଣ୍ଡି ଖାଇବାର ସ୍ୱାସ୍ଥ୍ୟ ଉପକାରିତା…
ଭାରତରେ ଗତ କିଛିଦିନ ହେଲାଣି ଲଗାତାର ଆତଙ୍କବାଦୀ ଆକ୍ରମଣ ଘଟଣା ସାମ୍ନାକୁ ଆସୁଛି । ଗତ କିଛିଦିନରେ ଆତଙ୍କୀ ଭାରତର…
ଗାଁ ଠୁ ସହର ସମସ୍ତେ ବଡ଼ ଉତ୍ସାହର ସହ ପାଳୁଛନ୍ତି ରଜ । ପାନ ପିଠାରେ ମହକୁଛି ସାରା ସହର…