ରାଜ୍ୟ

ବୃଦ୍ଧାଙ୍କୁ ହାଣିଲେ ଡକାୟତ, ଲୁଟିନେଲେ ୮ ଲକ୍ଷ ଟଙ୍କା ସହ ସୁନା ଗହଣା

ସୋର (କେନ୍ୟୁଜ): ହାଣି ଲୁଟିନେଲେ ସୁନା ଓ ଟଙ୍କା। ବୃଦ୍ଧାକୁ ହାଣି ୮ ଲକ୍ଷ ଟଙ୍କା ଓ ଶହେ ଗ୍ରାମ ସୁନା ଲୁଟି ନେଇଛନ୍ତି ଡ଼କାୟତ। ବାଲେଶ୍ବର ଜିଲ୍ଲା ଗୋପାଳପୁର ଥାନା ଯୁଣିଆ ବଜାରରେ ଏହି ଲୁଟ୍ ହୋଇଛି। ଗୁରୁତର ବୃଦ୍ଧା ଡାକ୍ତରଖନାରେ ଭର୍ତ୍ତି ।

ଖବର ଅନୁଯାୟୀ ଯୁଣିଆ ବଜାର ରାମ ମନ୍ଦିର ନିକଟରେ ରାଜକିଶୋର ଗୁପ୍ତା ଏକ ହୋଲସେଲ ତେଜରାତି ଦୋକାନ କରି ସେଠାରେ ରହୁଛନ୍ତି। ଗତକାଲି ରାତିରେ ରାଜକିଶୋର ଷ୍ଟେସନକୁ ଯାଇଥିବାବେଳେ ରାଜକିଶୋରଙ୍କ ମାଆ ଘରେ ଏକା ଥିଲେ। ବିଳମ୍ବିତ ରାତିରେ ଶସସ୍ତ୍ର ଡକାୟତ ଘରେ ପଶି ଶାନ୍ତିଲତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ସୁନା ଓ ଟଙ୍କା ଲୁଟ୍ କରି ଫେରାର ହୋଇଯାଇଛନ୍ତି। ରାଜକିଶୋର ଘରେ ପହଞ୍ଚି ମାଆଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଗୋପାଳପୁର ଓ ପରେ ବାଲେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋପାଳପୁର ପୋଲିସ ଘଟଣାର ତଦନ୍ତ କରୁଛି।

 

Barsha

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

31 seconds ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

29 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

48 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

56 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago