ରାଜ୍ୟ

ଟ୍ରେନ୍‌ରେ ନିଶା ଦେଇ ଦମ୍ପତିଙ୍କଠୁ ଲୁଟ୍ କଲେ ଦୁର୍ବୃତ୍ତ, ଦିଲ୍ଲୀରୁ ଆସୁଥିଲେ କଟକ

ପୁରୀ (କେନ୍ୟୁଜ): ଦମ୍ପତିଙ୍କୁ ଟ୍ରେନ ବଗିରେ ନିଶା ଦେଇ ଲୁଟ । ପୁରୁଷୋତ୍ତମ ଏକ୍ସପ୍ରେସ ଟ୍ରେନରେ ଘଟିଛି ଏଭଳି ଘଟଣା। ପୁରୀ ରେଳଷ୍ଟେସନରୁ ଦମ୍ପତିଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ସଦର ମୁଖ୍ଯ ଚିକିତ୍ସାଳୟର ଭର୍ତ୍ତି କରାଯାଇଥିଲା।

ଆରପିଏଫ୍‌ ପୋଲିସ ହସ୍ପିଟାଲରେ ପହଞ୍ଚି ପ୍ରାଥମିକ ତଦନ୍ତ କରିଥିଲେ। ପରେ ଦମ୍ପତିଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅଚେଚ ଥିବା ଦମ୍ପତି ଜଗତସିଂହପୁର ଜିଲ୍ଲା ଜନାର୍ଦ୍ଦନପୁରର ହେମନ୍ତ ମଲ୍ଲ ଓ ତାଙ୍କ ସ୍ତ୍ରୀ କୁନି ମଲ୍ଲ। ଏହି ଦମ୍ପତି ପୁରୁଷୋତ୍ତମ ଏକ୍ସପ୍ରେସ ଯୋଗେ ଦିଲ୍ଲୀରୁ କଟକ ଅଭିମୁଖେ ଆସୁଥିଲେ । ତେବେ ଖଡ଼ଗପୁର ଷ୍ଟେସନ ପୂର୍ବରୁ ଗତକାଲି ରାତି ୯ ଟାରେ ସେମାନଙ୍କୁ କେହି ଚା ପିଆଇଥିଲା। ସେହି ଚାରେ ନିଶା ମିଶାଯାଇଥିବା ସନ୍ଦେହ କରାଯାଉଛି। କଟକ ଷ୍ଟେସନ ପରିବର୍ତ୍ତେ ଅଚେତ ହୋଇଯିବା କାରଣରୁ ଉଭୟ ପୁରୀ ଷ୍ଟେସନରେ ପହଞ୍ଚିଥିଲେ। ଆରପିଏଫ୍‌ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସଦର ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

Barsha

Recent Posts

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 min ago

ଏଲନ୍‌ ମସ୍କଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଭାରତରେ ବ୍ୟାନ୍‌ କଲେ ୨ ଲକ୍ଷରୁ ଅଧିକ X ଆକାଉଣ୍ଟ, ହେଉଥିଲା ଘୃଣ୍ୟ କାର୍ଯ୍ୟ

ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…

6 mins ago

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

31 mins ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

37 mins ago

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ୧୫ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା, ୧୯ଟି ଟ୍ରେନ ବାତିଲ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…

38 mins ago

ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ସାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…

44 mins ago