ରାଜ୍ୟ

ନବଯୌବନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ, ୮ ପରେ ଆରମ୍ଭ ହେବ

ପୁରୀ(କେନ୍ୟୁଜ୍); ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ସକାଳ ୮ଟାରୁ ଏକ ଘଣ୍ଟା ଧରି ପରିମାଣିକ ଟିକେଟ ଦର୍ଶନ ହେବ। ୯ ଟାରୁ ଦୁଇ ଘଣ୍ଟା ଧରି ସର୍ବସାଧାରଣ ବା ସାହାଣମେଲା ଦର୍ଶନ  ହେବ। ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ପରିମାଣିକ ଟିକେଟ ଦର୍ଶନ ପାଇଁ ଭକ୍ତ ଯିବେ। ସର୍ବସାଧାରଣ ବା ସାହାଣମେଲା ଦର୍ଶନରେ ଭକ୍ତ ସିଂହଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ପୂର୍ବାହ୍ନ ୧୧ଟା ପରେ ଆଉ ପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ଭକ୍ତ କେବଳ ଶ୍ରୀମନ୍ଦିର ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଓ ବାହାରେ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦର୍ଶନ ପାଇଁ ବାରିକେଡ ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ୭୦ପ୍ଲାଟୁନ୍‌ ଫୋର୍ସ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୨୫ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି।  …ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇ ରହିଛି ତିନି ରଥ। ଦିନ ୧୦ଟା ପରେ ଆଜ୍ଞାମାଳ ବିଜେ ପରାଯାଇ ରଥକୁ ରଥଖଳାରୁ ସିଂହଦ୍ୱାରକୁ ଟଣାଯିବ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

2 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

14 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

24 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

27 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago