ରାଜ୍ୟ

ଆଜି କାର୍ତ୍ତିକ ପୂର୍ଣ୍ଣିମା: ସୁନା ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା

ପୁରୀ (କେନ୍ୟୁଜ): ଶ୍ରୀକ୍ଷେତ୍ରର ମହୋଦଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେପଟେ ଆଜିର ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହେବ। ଏହି ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିବା ଆଶଙ୍କା ଥିବାରୁ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଗତକାଲି ରାତି ତମାମ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଥିବା ବେଳେ ଆଜିର ଏହି ଦୁର୍ଲଭ ବେଶ ଦର୍ଶନ କରିବା ପାଇଁ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ୬୯ ପ୍ଲାଟୁନ ପୋଲିସ ଫୋର୍ସ ସହ ୨୦୦ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି। ସେହିପରି ବାହାର କାଠରେ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁତୟନ ହେବେ। ବେଳାଭୂମିରେ ମଧ୍ୟ ପୋଲିସ ସହ ଅଧିକ ଲାଇଫଗାର୍ଡ ମୁତୟନ ହେବେ। ମାର୍କେଟ ଛକରୁ କୌଣସି ଗାଡ଼ିକୁ ଭିତରକୁ ଛଡ଼ାଯିବ ନାହିଁ। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ରାସ୍ତାରେ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଥିବା ପୁରୀ ଏସପି ସୂଚନା ଦେଇଛନ୍ତି।

Barsha

Recent Posts

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ଇଭିଏମ୍‌ ଏବଂ ଭିଭିପାଟ୍‌କୁ ପୋଖରୀରେ ଫିଙ୍ଗିଲେ ଲୋକ

ଆଜି ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟିଂ ଜାରି ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗରେ ପୁଣି ଦେଖିବାକୁ ମିଳିଛି…

5 mins ago

ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ : ସିଇଓ

ମହାକାଳପଡ଼ା(କେନ୍ୟୁଜ୍‌): ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ । ପ୍ରେସ୍ ମିଟରେ ସ୍ପଷ୍ଟ କଲେ ମୁଖ୍ୟ…

7 mins ago

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି…

20 mins ago

୫୬ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ନାଗପୁର, କେତେ ଡିଗ୍ରୀ ତାପମାତ୍ରା ସହ୍ୟ କରିପାରିବ ମଣିଷ ଶରୀର?

ଏଥର ଗରମ ସମସ୍ତ ରେକର୍ଡ ଭାଙ୍ଗିଦେଇଛି । ଚଳିତ ବର୍ଷ ସମଗ୍ର ଭାରତରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି, ଏଥିଯୋଗୁଁ…

23 mins ago

ହାଇକୋର୍ଟରେ ୧୩୦୦ରୁ ଅଧିକ ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଗୁଜରାଟ ହାଇକୋର୍ଟରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି…

30 mins ago

ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ

ବାଲେଶ୍ୱର (କେନ୍ୟୁଜ୍‌): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ…

49 mins ago