ରାଜ୍ୟ

କିସ୍ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ, ଗୁଣ୍ଡିଚା ମନ୍ଦିରରୁ ରଥ ଭିଡି ଜଗନ୍ନାଥ ମନ୍ଦିରରେ ଲଗାଇଲେ ଭକ୍ତ

ଭୁବନେଶ୍ୱର(କେନ୍ୟୁଜ୍): ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି। ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି। ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା।

ଅପରାହ୍ନ ୪ଟାରେ ଭକ୍ତମାନେ ମହାପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥକୁ ଟାଣିଥିଲେ। ଶ୍ରୀବାଣୀକ୍ଷେତ୍ରର ରଥଯାତ୍ରାର ଏକ ବିଶେଷତ୍ୱ ହେଉଛି ଏଠାରେ ମାଆ ସୁଭଦ୍ରାଙ୍କ ରଥକୁ ମହିଳାମାନେ ଟାଣିଥାନ୍ତି। ତିନି ରଥଙ୍କୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀବାଣୀକ୍ଷେତ୍ର ପର୍ଯ୍ୟନ୍ତ ଟଣାଯାଇଥିଲା। ଆଜି ସାମାନ୍ୟ ବର୍ଷା ହୋଇଥିଲେ ମଧ୍ୟ ବାହୁଡ଼ାଯାତ୍ରା ଦେଖିବା ଲାଗି ସ୍ଥାନୀୟ ଅଞ୍ଚଳରୁ ପ୍ରାୟ ୩୦ହଜାରରୁ ଊର୍ଦ୍ଧ୍ୱ ଭକ୍ତ ସମାଗମ ହୋଇ ସୁସଜ୍ଜିତ ନନ୍ଦିଘୋଷ, ତାଳଧ୍ୱଜ ଓ ଦେବଦଳନ ରଥକୁ ଟାଣିବା ସହ ଦୈବୀକୃପା ଲାଭ କରିଥିଲେ। ଘଣ୍ଟ, ମର୍ଦ୍ଦଳ ଧ୍ୱନୀ ଓ ହୁଳହୁଳିରେ ରଥଦାଣ୍ଡ କମ୍ପିଥିଲା। ଆସନ୍ତା କାଲି ଶ୍ରୀଜୀଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ। ଭକ୍ତମାନେ ଯେପରି ସୁଚାରୁ ରୂପେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିପାରିବେ ସେଥିପାଇଁ କିଟ୍‍ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

6 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

15 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

15 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

32 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

33 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

37 mins ago