Below header

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ଦିନକ ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଆଜି ମାର୍ଗଶିର ମାସ ଶୁକ୍ଲ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ପ୍ରାୟ ଚାରି ଘଣ୍ଟା ଧରି ଚାଲିବ ବନକଲାଗି ନୀତି । ଏଥିପାଇଁ ଆଜି ଅପରାହ୍ନ ୪ ଟାରୁ ଦିନକ ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.