ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଜି ପବିତ୍ର ଗଜ ଉଦ୍ଧାରଣ ବେଶ

କେନ୍ୟୁଜ୍(ବ୍ୟୁରୋ): ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପବିତ୍ର ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ । ମହାପ୍ରଭୁ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ ।

ବଳଭଦ୍ର ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ପାଦ ଛନ୍ଦି ଏକ ପଦ୍ମ କଢ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ସଂଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.