ଭୁବନେଶ୍ବର: ପବିତ୍ର ଜ୍ଯେଷ୍ଠ ପୂର୍ଣ୍ଣିମା ଅବସରରେ ଦିବ୍ୟ ଦୁର୍ଲଭ ହାତୀବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବିନା ଭକ୍ତରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ସମାପନ ହୋଇଛି । ପୋଲିସ ଛାଉଣୀରେ ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ନୀତି କରାଯାଇଛି । ରତ୍ନ ସିଂହାସନ ଛାଡ଼ି ସ୍ନାନ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଦେବସ୍ନାନ ପୂର୍ଣ୍ଣିମାରେ ଧାଡି ପହଣ୍ଡିରେ ରତ୍ନସିଂହାସନରୁ ବାହାରି ଆସିଥିଲେ ମହାପ୍ରଭୁ ।
ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଳଭଦ୍ର, ସୁଭଦ୍ରା ଓ ଶେଷରେ ଆସିଥିଲେ ଶ୍ରୀଜଗନ୍ନାଥ । ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ନୀତିକାନ୍ତି କରାଯାଉଛି । ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ତିନି ଠାକୁର । ଛେରା ପହଁରା କରିଥିଲେ ଗଜପତି ମହାରାଜଙ୍କ ମୁଦିରସ୍ତ । ଏହାପରେ ଶ୍ରୀଜିଉଙ୍କ ହାତୀ ବେଶ କରାଯାଇଛି ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…