ରାଜ୍ୟ

ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ଭୋର ୪ଟାରୁ ୬ଟା ଭିତରେ ଆରମ୍ଭ ହେବ ପହଣ୍ଡି

ପୁରୀ(କେନ୍ୟୁଜ୍): ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଭୋର ୪ଟାରୁ ୬ଟା ଭିତରେ ଆରମ୍ଭ ହେବ ପହଣ୍ଡି । ଏହାପରେ ମଙ୍ଗଳ ଆଳତୀ, ମଇଲମ, ତଡପଲାଗି, ଅଧରପୋଛା, ଅବକାଶ ଆଦି ନୀତି ସମ୍ପାଦିତ ହେବ । ସକାଳ ସାଢ଼େ ୯ଟାରୁ ସାଢ଼େ ୧୧ଟା ଭିତରେ ଶ୍ରୀଜିଉଙ୍କୁ ଜଳବିଜେ, ପୂଜା ଓ ସ୍ନାନ କରିବେ ।

୧୨ଟାରେ ସ୍ନାନବେଦୀରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ମଇଲମ, ମେକାପ ସର୍ବାଙ୍ଗ ଓ ନୂଆ ଲୁଗା ଲାଗି ବେଶ । ୧୨ଟା ୧୫ରେ ଛେରା ପହଁରା କରାଯିବ । ସାଢ଼େ ୧୨ଟାରୁ ୨ଟା ୩୦ ଭିତରେ ଦୁର୍ଲଭ ହାତୀ ବେଶ ଅନୁଷ୍ଠିତ ହେବ । ପରେ ସ୍ନାନବେଦୀରେ ଆଉ କିଛି ନୀତି ସମ୍ପାଦିତ କରାଯିବ । ସନ୍ଧ୍ୟା ୬ଟାରୁ ଆରମ୍ଭ ହେବ ସାହାଣମେଳା ଦର୍ଶନ । ଏହି ଦର୍ଶନ ସାଢ଼େ ୯ଟା ଯାଏ ଚାଲିବ । ଏହାପରେ ରାତି ୧୦ଟାରୁ ଆରମ୍ଭ ହେବ ଶ୍ରୀଜିଉଙ୍କର ବାହୁଡ଼ା ପହଣ୍ଡି । ରାତି ସାଢ଼େ ଗୋଟାଏରେ ସୁନା ଚିତା ଓ ରାହୁ ରେଖା ମଇଲମ ନୀତି ସମ୍ପାଦିତ ହେବ ।

KNews Bureau

Recent Posts

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

10 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

1 hour ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

1 hour ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

1 hour ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…

2 hours ago

ଆଜିର ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 hours ago