ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଦୀର୍ଘଦିନର ବ୍ୟବଧାନ ପରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।
ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ପ୍ରାୟ ଚାରି ଘଣ୍ଟା ଧରି ଚାଲିବ ବନକଲାଗି ନୀତି । ଏଥିପାଇଁ ଆଜି ଅପରାହ୍ନ ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶାରଦୀୟ ଦୁର୍ଗାଉତ୍ସବ ପାଇଁ ଶ୍ରୀମନ୍ଦିରରେ ଦୁର୍ଗମାଧବ ଉପାସନା ଚାଲିଥିବାରୁ ମହାପ୍ରଭୁଙ୍କ ବନକଲାଗି ହୋଇପାରିନଥିଲା ।
ସୂଚନା ଥାଉକି, ଏବେ ଆରମ୍ଭ ହୋଇଯାଇଛି ଧର୍ମର ମାସ କାର୍ତ୍ତିକ । ୧ ମାସ ଧରି ହବିଷ୍ୟାଳୀମାନେ କାର୍ତ୍ତିକ ବ୍ରତ ପାଳିବେ । କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି। ପ୍ରତିଦିନ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଳ ଭୋଗ ସହ ରାଧାଦାମୋଦର ବେଶ କରାଯାଉଛି। ପୁରୀରେ ଭୋରୁ ଭୋରୁ ମହିଳାମାନେ ମହୋଦଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀ ସ୍ନାନ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଥିଲେ । ବ୍ୟାରିକେଡ ବାହାରୁ ପତିତପାବନଙ୍କୁ ଦର୍ଶନ କରୁଛନ୍ତି ହିବଷ୍ୟାଳୀ । କୋଭିଡ କଟକଣା ପାଇଁ ଏଥର ହବିଷ୍ୟାଳୀଙ୍କୁ ଶ୍ରୀକ୍ଷେତ୍ର ମନା ହୋଇଛି। ପୁରୀ ନ ଆସି ଘରେ ରହି ବ୍ରତ ପାଳନ କରୁଛନ୍ତି। ତେବେ ହବିଷ୍ୟାଳି ଓ ଭକ୍ତମାନେ କେମିତି ସୁରୁଖୁରରେ ମହାପ୍ରସାଦ ପାଇପାରିବେ ସେନେଇ ବ୍ୟବସ୍ଥା କରାଯାଇଛି।
ସେହିଭଳି ପୂର୍ବଭଳି ମନ୍ଦିର ବିଶୋଧନ ପାଇଁ ପ୍ରତି ରବିବାର ବନ୍ଦ ରହୁଛି ଜଗା ଦର୍ଶନ। ନଭେମ୍ବର ମାସରେ ଦୀପାବଳି ପାଇଁ ୪ତାରିଖରେ, ବଡ଼ ଏକାଦଶୀ ପାଇଁ ୧୫ ତାରିଖରେ ଓ କାର୍ତ୍ତିକ ପୂର୍ଣ୍ଣିମାରେ ୧୯ତାରିଖରେ ମନ୍ଦିର ବନ୍ଦ ରହିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପୂର୍ବ କୋଭିଡ ଗାଇଡଲାଇନ ବଳବତ୍ତର ରହିବ।
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…