Below header

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ହେବ ଗଜଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ରୂପରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ।

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ରୂପରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ। ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚାରି ହାତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ ହେବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ।

ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥା ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ଆକ୍ରମଣ କରିଥିଲା। ଗଜରାଜ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି ମହାପ୍ରଭୁ ସୁଦର୍ଶନ ଚକ୍ର ପଠାଇ କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.