ଆଜି ପଞ୍ଚୁକର ତୃତୀୟ ଦିନ, ତ୍ରିବିକ୍ରମ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଓ ପଞ୍ଚୁକର ତୃତୀୟ ଦିନ । ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ତିବିକ୍ରମ ବେଶରେ ଦର୍ଶନ ଦେବାର ପରମ୍ପରା ରହିଛି ।ଏହି ବେଶରେ ଠାକୁର ମାନେ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ  ହୋଇଥାଏ।

ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆସନ୍ତା କାଲି ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.