ଆଜି ବିଜୟା ଦଶମୀ, ସୁନାବେଶରେ ଆଭୂଷିତ ହେବେ ମହାବାହୁ

ଆଜି ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ସୁନାବେଶ। ଦଶହରା ଅବସରରେ ଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହେବ । ଦଶହରା ପାଇଁ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି କରାଯାଏ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ସୁନାବେଶ। ଦଶହରା ଅବସରରେ ଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହେବ । ଦଶହରା ପାଇଁ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି କରାଯାଏ। ଶ୍ରୀଜିଉଙ୍କ ଅବକାଶ ନୀତି ଶେଷ ହେବା ପରେ ତଡ଼ପଲାଗି ଓ ଉତ୍ତରୀୟ ମଇଲମ ହୋଇ ତିନିବାଡ଼ରେ ଚନ୍ଦନ ଲାଗି ଓ ନୂଆଲୁଗା ଲାଗି ହେବ। ଏହାପରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ।

ଏହି ବେଶରେ ପାଞ୍ଚଖଣ୍ଡ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ । ମେକାପ ତିନୋଟି ରୂପାଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳ ମୂଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡକୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.