୧୨ ଦିନର ଲୀଳାଖେଳା ପରେ ରତ୍ନ ସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ

ଘୋଷଯାତ୍ରାରେ ସାଙ୍ଗରେ ନେଇନଥିବାରୁ ଅଭିମାନୀନି ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଛନ୍ତି ଶ୍ରୀଜିଉ । ମାନଭଞ୍ଜନ ପରେ ନୀଳକନ୍ଦରରେ ପ୍ରବେଶ କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥାରୂଢ ଚତୁର୍ଦ୍ଧାବିଗ୍ରହ ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିଛନ୍ତି

ପୁରୀ(କେନ୍ୟୁଜ୍): ସରିଲା ମହାପ୍ରଭୁଙ୍କ ଘୋଷଯାତ୍ରା । ୧୨ ଦିନର ଲୀଳାଖେଳା ପରେ ରତ୍ନ ସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ । ଘୋଷଯାତ୍ରାରେ ସାଙ୍ଗରେ ନେଇନଥିବାରୁ ଅଭିମାନୀନି ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଛନ୍ତି ଶ୍ରୀଜିଉ । ମାନଭଞ୍ଜନ ପରେ ନୀଳକନ୍ଦରରେ ପ୍ରବେଶ କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥାରୂଢ ଚତୁର୍ଦ୍ଧାବିଗ୍ରହ ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିଛନ୍ତି । ରାମ-କୃଷ୍ଣ, ମଦନମୋହନ ଶ୍ରୀମନ୍ଦିରକୁ ବିଜେ କରିବା ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ର ପରେ ଦେବୀ ସୁଭଦ୍ରା ରଥରୁ ଓହ୍ଲାଇ ରତ୍ନମଣ୍ଡପକୁ ବିଜେ କରିଥିଲେ । ଶେଷର କାଳିଆ ଠାକୁର ନନ୍ଦିଘୋଷରୁ ଓହ୍ଲାଇ ପହଣ୍ଡିରେ ରତ୍ନବେଦିକୁ ବିଜେ କରିଛନ୍ତି । କାଲିଠୁ ରତ୍ନବେଦିରୁ ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.