ଯାଜପୁରରେ ଅଘଟଣ, ବାଣ ନିଆଁ ପଡ଼ି ଜଳିଗଲା ଜଗନ୍ନାଥଙ୍କ ରଥ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଅଞ୍ଚଳରେ ଅଘଟଣ । ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡ଼ି ଜଗନ୍ନାଥଙ୍କ ରଥରେ ଲାଗିଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ ।
ସୂଚନା ମୁତାବକ ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ ବ୍ୟବହୃତ ରଥଟି ରଥଯାତ୍ରା ପରେ ମନ୍ଦିର ସମ୍ମୁଖରେ ରହିଥାଏ । ତେବେ ଗତକାଲି ବିଳମ୍ବିତ ରାତିରେ ଏକ ବାହାଘର ପ୍ରୋସେସନ୍ ଯାଉଥିବା ସମୟରେ ବାଣ ନିଆଁ ପଡ଼ି ହଠାତ୍ ରଥର ଅଗ୍ରଭାଗ ଜଳିବାକୁ ଲାଗିଥିଲା । ଏହାଦେଖି ଲୋକେ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । କିଛି ସମୟ ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ରଥର ଅଧିକାଂଶ ଅଂଶ ଜଳି ଯାଇଥିଲା ।
ଆହୁରି ପଢ଼ନ୍ତୁ : ଓଲିଉଡ଼ ଅଭିନେତା ସୋହମ ସିଂଙ୍କୁ ହୃଦଘାତ, ଘରୋଇ ହସ୍ପିଟାଲରେ ଭର୍ତ୍ତି