ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉଙ୍କର ରାଜପ୍ରାସାଦ ବିଜେ ନୀତି, ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ଖବର ଦିଆଯିବ ଗଜପତି ମହାରାଜାଙ୍କୁ

ପୁରୀ(କେନ୍ୟୁଜ): ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି । ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ଶ୍ରୀଜିଉଙ୍କୁ ଶ୍ରୀ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ଲାଗି କରାଯାଇଥିଲା ।

ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ମାନେ ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.