ଆଜି ଫାଲଗୁନ ଶୁକ୍ଲ ସପ୍ତମୀ: ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଆଜି ଫାଲଗୁନ ଶୁକ୍ଲ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏଥିପାଇଁ ଆଜି ସନ୍ଧ୍ୟା ୫ ଟାରୁ ରାତି ୮ଟା ପର୍ଯ୍ୟନ୍ତ ୩ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.