ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(କେନ୍ୟୁଜ୍‌): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.