Below header

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ତେଣୁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ପୁରୀ (କେନ୍ୟୁଜ): ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଚୈତ୍ର-ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ତେଣୁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ। ହରିତାଳ, ହିଙ୍ଗୁଳ, କସ୍ତୁରୀ ଓ କଳା ଧଳା ଆଦି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.