ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଆଜି ସଂଧ୍ୟାରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ଭିତରେ ଏହି ନୀତି ସମ୍ପାଦିତ ହେବ । ଏହି ସମୟରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

ପୁରୀ (କେନ୍ୟୁଜ): ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ହେବ । ଏକ ମାସ ପରେ ବନକଲାଗି ନୀତି କରାଯିବ। ଆଜି ସଂଧ୍ୟାରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ଭିତରେ ଏହି ନୀତି ସମ୍ପାଦିତ ହେବ । ଏହି ସମୟରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.