Below header

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ପୁରୀ (କେନ୍ୟୁଜ): ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ।

ସେପଟେ ଆସନ୍ତା ୨୩ ତାରିଖ ଅକ୍ଷୟ ତୃତୀୟାଠାରୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ପ୍ରସ୍ତୁତି ପର୍ବ ଆରମ୍ଭ ହେବ । ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏନେଇ ପୁରୀ ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.