ରାଜ୍ୟ

ଆସନ୍ତାକାଲି ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ, ଜାଣନ୍ତୁ ନୀତି ନିର୍ଘଣ୍ଟ ସମୟ

ଭୁବନେଶ୍ବର(କେନ୍ୟୁଜ୍):  ଆସନ୍ତାକାଲି ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଏଥିପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଆଜି ଅନୁଷ୍ଠିତ ହେବ ନେତ ଉତ୍ସବ। ମହାପ୍ରଭୁଙ୍କ ସନ୍ଧ୍ୟା ଆଳତି ନୀତି ପରେ ରାତିରେ ଶୁଭ ମୁହୂର୍ତ୍ତରେ ରଥ ପ୍ରତିଷ୍ଠୀ ନୀତି ଅନୁଷ୍ଠିତ ହେବ।

ଆସନ୍ତାକାଲି ଭୋର ୫ଟାରେ ମଙ୍ଗଳ ଆଳତୀ ଅବକାଶ ନୀତି ପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବ। ଅପରାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ଶ୍ରୀ ଜିଉଙ୍କ ପହଣ୍ଡି କରାଯାଇ ରଥାରୁଢ କରାଯିବ।

୩ଟା ୩୦ରୁ ଆରମ୍ଭ ହେବ ରଥଟଣା। ୧୩ରେ ବାହୁଡ଼ା। ଆସନ୍ତାକାଲି ଓ ୧୩ ତାରିକ ଦିନ ମାଉସୀ ମାଆ ଛକ ଠାରୁ ରଥ ରୋଡ୍‌ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଲାଗୁ କରିଛି ପୋଲିସ ପ୍ରଶାସନ। ରୁକୁଣା ରଥ ଯାତ୍ରା ପାଇଁ ୧୬ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଜାଣନ୍ତୁ ନୀତି ନିର୍ଘଣ୍ଟ ସମୟ:

ଆସନ୍ତାକାଲି ଭୋର ୫ଟାରେ- ମଙ୍ଗଳ ଆଳତୀ ଅବକାଶ ନୀତି

ଅପରାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ- ଶ୍ରୀ ଜିଉଙ୍କ ପହଣ୍ଡି ଓ ରଥାରୁଢ

ଅପରାହ୍ନ ୩ଟା ୩୦- ରଥଟଣା ଆରମ୍ଭ

ଆସନ୍ତା ୧୩ ତାରିଖରେ- ବାହୁଡ଼ା

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago